ରାଜ୍ୟ

ଆସନ୍ତା୨୪ ଘଣ୍ଟାରେ ୧୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଜାରି ହେଲା ୟେଲୋୱାର୍ଣ୍ଣିଂ – Ibnodisha

[ad_1]

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୃଷ୍ଟି ଆଜି (ବୁଧବାର) ଦୁର୍ବଳ ହୋଇ ପଡ଼ିଛି । କିନ୍ତୁ ଲଘୁଚାପ କ୍ଷେତ୍ର ସହ ଜଡିତ ଥିବା ଘୂର୍ଣ୍ଣିବଳୟ ଆଜି ମଧ୍ୟ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳରେ ୭.୬ କିମି ଯାଏଁ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ମିଳିଥିବା ସୂଚନା ଅନୁସାରେ ଆସନ୍ତାକାଲି ଅର୍ଥାତ ଗୁରୁବାର ଅପରାହ୍ନ ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୧୪ଟି ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୁଳ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡିଛି ।

ତେବେ ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆକାଶ ଆଂଶିକ ମେଘାଛନ୍ନ ରହିବା ସହ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି ।

ବୁଧବାର ସନ୍ଧ୍ୟା ୫.୩୦ ମଧ୍ୟରେ ପାରଳାଖେମୁଣ୍ଡିରେ ସର୍ବାଧିକ ୬୭.୬ମିମି ବର୍ଷା ହୋଇଥିବା ବେଳେ ନବରଙ୍ଗପୁରରେ ୫୦.୪ମିମି ବର୍ଷା ରେକର୍ଡ କରାଯାଇଛି । ମାଲକାନଗିରିରେ ୨୨.୨ମିମି, ଝାରସୁଗୁଡା ୨୧.୮ମିମି, ସୁନ୍ଦରଗଡ ୧୦.୨ମିମି, ହୀରାକୁଦ ୧୪.୮ମିମି, ଭବାନୀପାଟଣା ୧୧ମିମି, ରାୟଗଡା ୧୬.୪ମିମି, ଖୋର୍ଦ୍ଧା ୧୨ମିମି ବର୍ଷା ହୋଇଛି । ସେହିପରି କଟକରେ ୫ମିମି ଏବଂ ଭୁବନେଶ୍ୱରରେ ୨.୫ମିମି ବର୍ଷା ହୋଇଥିବା ଜଣାପଡିଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button