୧୨ରେ ଘୂର୍ଣ୍ଣିବଳୟ! ୩ ଦିନ ବର୍ଷିବ – Ibnodisha

[ad_1]
ଭୁବନେଶ୍ୱର : ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୁଣିଥରେ ସକ୍ରିୟ ହୋଇଛି। ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।ଅନ୍ୟପକ୍ଷରେ ମୌସୁମୀ ନିମ୍ନଚାପ ରେଖା ଆଜି ତାର ସାଧାରଣ ଅବସ୍ଥାନ ଠାରୁ ଦକ୍ଷିଣରେ ରହିବା ସହ ରାଜସ୍ଥାନର ଯଶେଲମେରରୁ ବାହାରି ଅଜମେର, ଗୁନା, ମାଣ୍ଡଲା, ପେନ୍ଦ୍ରାରୋଡ଼, ଝାରସୁଗୁଡା ମଧ୍ୟ ଦେଇ ପଶ୍ଚିମବଙ୍ଗର ଦିଘାରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି।ଏପ୍ରକାର ସ୍ଥିତିରେ ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ୧୨ ତାରଖରୁ ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ ଏବଂ ରାଜ୍ୟରେ ୧୧, ୧୨ ଓ ୧୩ ତାରିଖରେ ପ୍ରବଳ ବର୍ଷା ହେବ ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ଶନିବାର) ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ହାଲକା ବର୍ଷା ହେବାର ସମ୍ଭାବନା ରହିଛି।
The post ୧୨ରେ ଘୂର୍ଣ୍ଣିବଳୟ! ୩ ଦିନ ବର୍ଷିବ appeared first on ONA KHABAR.
[ad_2]