ରାଜ୍ୟ

ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ – Ibnodisha

[ad_1]

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌମୁମୀ ବାୟୁ । ଫଳରେ ଗତ କିଛି ଦିନ ହେବ ରାଜ୍ୟରେ ପ୍ରବଳ ବର୍ଷା  ହେଉଥିଲା। କିନ୍ତୁ ଦୁଇ ଦିନ ହେବ ପାଗ ଶୁଖିଲା ରହିଛି । ତେବେ, ଏହାରି ଭିତରେ ପାଣିପାଗ ବିଭାଗ ଏକ ଆଶ୍ବସ୍ତିକଲା ପରି ଖବର ଦେଇଛି । ପୁଣି ବର୍ଷାରେ ଭିଜିବ ଓଡି଼ଶା । (୧୨ ସେପ୍ଟେମ୍ବର) ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି  ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଯାହାର ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ।

ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ବର୍ଷା ଆଶଙ୍କା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି କରାଯାଇଛି। ୧୨ ତାରିଖ ବେଳେକୁ କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।  ଏହି ସବୁ ଜିଲ୍ଲା ଗୁଡି଼କରେ ୭ରୁ  ୧୧ ସେମି ମଧ୍ୟରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି କରାଯାଇଛି ।  ଏନେଇ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ମଧ୍ୟ ଜାରି କରାଯାଇଛି। ସେହିପରି,୧୩ ତାରିଖ ବେଳକୁ ଉତ୍ତର  ଏବଂ ଦକ୍ଷିଣ ଓଡି଼ଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ଚେତାବନୀ ଜାରି କରାଯାଇଛି। ସେହିପରି ୧୩ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button