ରାଜ୍ୟ

ରାଜ୍ୟରେ ଜାରି ରହିଛି ତୁହାକୁ ତୁହା ବର୍ଷା, ବଲାଙ୍ଗିରରେ ସବୁ ସ୍କୁଲ ଛୁଟି ଘୋଷଣା କଲା ପ୍ରଶାସନ – Ibnodisha

[ad_1]

ବାଲେଶ୍ଵର : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ମଙ୍ଗଳବାର ରାତିରୁ ବର୍ଷାର ପ୍ରକୋପ ବୃଦ୍ଧି ହୋଇଥିବା ବେଳେ ଗତ ୩୬ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହୋଇଛି । ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ଓ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ତେଣୁ ବର୍ଷାକୁ ଦୃଷ୍ଟିରେ ରଖି ଆଜି ବଲାଙ୍ଗିରରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଛି ପ୍ରଶାସନ ।ବାଲେଶ୍ଵର ଜିଲ୍ଲାରେ ଗତ କାଲି ରାତିରୁ ଲାଗି ରହିଛି ପ୍ରବଳ ବର୍ଷା । ଏହି ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାର ସବୁ ସରକାରୀ, ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି ଛୁଟି ହୋଇଛି । ସମସ୍ତ ସ୍କୁଲ ଛୁଟି ନେଇ ବଲାଙ୍ଗିର ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଜିଲ୍ଲାରେ କଣ୍ଟ୍ରୋଲ ରୁମ ଖୋଲା ଯାଇଛି ।  ସକାଳ ୮ଟା ୩୦ ସୁଦ୍ଧା ବଲାଙ୍ଗୀରରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ବଲାଙ୍ଗୀରରେ ୨୧୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ପ୍ରବଳ ଓ ଲଗାଣ ବର୍ଷା ଯୋଗୁଁ ସହରର ବିଭିନ୍ନ ସ୍ଥାନରେ ପାଣି ଜମି ରହିଛି । ତେଲ ନଦୀ କୂଳରେ ଥିବା ନଦୀ କୂଳିଆ ଗାଁକୁ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛି ପ୍ରଶାସନ । ବଲାଙ୍ଗିର ସହରରେ ସଜାଗ ରହିଛି ପୌର ପରିଷଦ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button