୪ ଓଡ଼ିଆ କଳାକାର ପାଇବେ ‘ସଙ୍ଗୀତ ନାଟକ ଅକାଦେମୀ’ ପୁରସ୍କାର – Ibnodisha
[ad_1]
ନୂଆଦିଲ୍ଲୀ: ‘ସ୍ବାଧୀନତାର ଅମୃତ ମହୋତ୍ସବ’ ଅବସରରେ ‘ସଙ୍ଗୀତ ନାଟକ ଅକାଦେମୀ’ ପୁରସ୍କାର ପାଇବାକୁ ମନୋନୀତ ହୋଇଥିବା ଭାରତର ୮୪ଜଣ କଳାକାରଙ୍କ ମଧ୍ୟରେ ଓଡ଼ିଶାରୁ ୪ଜଣ କଳାକାର ଥିବା କଥା ‘ସଙ୍ଗୀତ ନାଟକ ଅକାଦେମୀ’ର ପ୍ରେସ୍ ରିଲିଜ୍ରୁ ଜଣାପଡ଼ିଛି।
‘ଛଉନୃତ୍ୟ’ ପାଇଁ ସିଦ୍ଧେଶ୍ବର ଦାସ, ‘ଥିଏଟର୍’ରେ ସାମଗ୍ରିକ ଅବଦାନ ପାଇଁ ଅନନ୍ତ ମହାପାତ୍ର, ଲୋକସଙ୍ଗୀତ ବ୍ରହ୍ମବୀଣା ପାଇଁ ଆନନ୍ଦ ବାଗ ଓ ଓଡ଼ିଶୀ ନୃତ୍ୟ (ଗୋଟିପୁଅ) ପାଇଁ ଗୋବିନ୍ଦ ଚନ୍ଦ୍ର ପାଲ୍ ଏହି ପୁରସ୍କାର ପାଇବେ। ପୁରସ୍କାର ବାବଦରେ ପ୍ରତ୍ୟେକଙ୍କୁ ୧ ଲକ୍ଷ ଟଙ୍କା ଅର୍ଥରାଶି, ତାମ୍ରପତ୍ର ଓ ଅଙ୍ଗବସ୍ତ୍ର ପ୍ରଦାନ କରାଯିବ।
ଭାରତ ସରକାରଙ୍କ ଆଇନ ଓ ନ୍ୟାୟ ମନ୍ତ୍ରୀ (ସ୍ବାଧୀନ ଦାୟିତ୍ବ) ତଥା ସାଂସ୍କୃତିକ ଓ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନରାମ ମେଘୱାଲ୍ ଏବଂ ସଂସ୍କୃତି ଓ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ମୀନାକ୍ଷି ଲେଖିଙ୍କ ଉପସ୍ଥିତିରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ସେପ୍ଟେମ୍ବର ୧୬ ତାରିଖ ଦିନ ନୂଆଦିଲ୍ଲୀର ‘ବିଜ୍ଞାନ ଭବନ’ରେ ହେବାକୁ ଥିବା ବିଶେଷ ଉତ୍ସବରେ କଳାକାରମାନଙ୍କୁ ଏହି ପୁରସ୍କାର ପ୍ରଦାନ କରିବେ।
ଉଲ୍ଲେଖଯୋଗ୍ୟ, ଜୀବନବ୍ୟାପୀ ‘ପର୍ଫର୍ମିଙ୍ଗ୍ ଆର୍ଟ’ ପ୍ରଦର୍ଶନ କରି ଏଯାବତ୍ କୌଣସି ଜାତୀୟ ସମ୍ମାନ ପାଇ ନ ଥିବା ୭୫ ବର୍ଷରୁ ଊର୍ଦ୍ଧ୍ବ ବୟସ୍କ କଳାକାରମାନଙ୍କୁ ‘ସ୍ବାଧୀନତାର ଅମୃତ ମହୋତ୍ସବ’ ଅବସରରେ ଏହି ବିଶେଷ ପୁରସ୍କାର ପ୍ରଦାନ କରାଯିବ।
[ad_2]