ରାଜ୍ୟ
ସାର୍ବଜନୀନ ପୂଜା ଉତ୍ସବ ପାଇଁ ଭୁବନେଶ୍ୱରରେ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ – Ibnodisha

[ad_1]
ଭୁବନେଶ୍ୱର: ଚଳିତ ବର୍ଷ ପାର୍ବଣ ସମୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।
ଏହା ଦ୍ୱାରା ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆସନ୍ତା ପାର୍ବଣ ଋତୁ ସମୟରେ ସରକାରୀ ଜାଗାରେ ସାମୟିକ ଭାବରେ ଆୟୋଜିତ ହେଉଥିବା ବିଭିନ୍ନ ପୂଜା ଉତ୍ସବ ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ । ଚଳିତ ବର୍ଷ ଆଗାମୀ ଦିନରେ ଗଣେଶ ପୂଜା, ଦୂର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ଓ କାର୍ତ୍ତିକେଶ୍ୱର ପୂଜା ଆଦି ଅନେକ ପୂଜା ଅନୁଷ୍ଠିତ ହେବାର ଅଛି। ଏସବୁ ପୂଜା ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଭୁବନେଶ୍ୱର ମହାନିଗମ ପକ୍ଷରୁ ଆଦାୟ କରାଯିବ ନାହିଁ।
[ad_2]