ଆଜି ଲୋକାର୍ପିତ ହେବ କଟକ ନେତାଜୀ ବସ୍ ଟର୍ମିନାଲ: ୧୦ଟି ପ୍ରକଳ୍ପର ହେବ ଉଦଘାଟନ – Ibnodisha
[ad_1]
କଟକ : ବିକାଶରେ ଯୋଡ଼ି ହେବ ନୂଆ ଅଧ୍ୟାୟ । ଲୋକାର୍ପିତ ହେବାକୁ ଯାଉଛି ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ ଟର୍ମିନାଲ । ଆଜି ଅପରାହ୍ନରେ ନେତାଜୀ ବସ୍ ଟର୍ମିନାଲକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଦଘାଟନୀ ଉତ୍ସବ ପାଇଁ ବସ ଟର୍ମିନାଲ ପରିସରରେ ପ୍ରସ୍ତୁତି ପ୍ରାୟ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏହି ମେଗା ପ୍ରକଳ୍ପର ଉଦଘାଟନ ପାଇଁ ସିଡିଏ, ଜିଲ୍ଲା ପ୍ରଶାସନ, ସିଏମସି ପକ୍ଷରୁ ଆଜି ଚୂଡାନ୍ତ ପ୍ରସ୍ତୁତି ସମୀକ୍ଷା କରାଯାଇଛି । ଟର୍ମିନାଲ ପରିସରରେ ଆୟୋଜିତ ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଅପରାହ୍ନରେ ଯୋଗଦେବା ସହିତ ଭର୍ଚୁଆଲରେ ଅନ୍ୟ ୧୨ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିବେ । ପୁରୀକୁ ପ୍ରଥମ ବସ୍ ଗଡିବାର ସୂଚନା ରହିଛି । ମୋଟ ୧୬ ଏକର ଜମିରେ ୮୪ କୋଟିରୁ ଅଧିକ ଟଙ୍କା ବ୍ୟୟରେ ନିର୍ମାଣ ହୋଇଛି ନେତାଜୀ ବସ ଟର୍ମିନାଲ । ଏଥିରେ ବସ ରହଣୀସ୍ଥଳଠୁ ଆରମ୍ଭ କରି ଯାତ୍ରୀଙ୍କ ବିଶ୍ରାମସ୍ଥଳୀ ଯାଏଁ ଅତ୍ୟାଧୁନିକ ସୁବିଧା ସୁଯୋଗ ରହିଛି । ଏଠାରେ ୧୯୨ ଟି ବସର ରହଣି ଓ ଯାତାୟାତ ସାଙ୍ଗକୁ ଯାତ୍ରୀଙ୍କ ପାଇଁ ପ୍ରତୀକ୍ଷାଳୟ, ବିଶ୍ରାମ କକ୍ଷ, ଆହାର କେନ୍ଦ୍ର, ହାଇଜେନିକ ଷ୍ଟଲ୍, ପୁରୁଷ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଟିକେଟ କାଉଣ୍ଟରର ସୁବିଧା ରହିଛି ।
[ad_2]