ଦେଶ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ – Ibnodisha

[ad_1]
ନୂଆଦିଲ୍ଲୀ: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ କନ୍ୟା, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଥିବା ଦୁଃଖଦ ଖବର ହସ୍ତଗତ ହୋଇଛି । ଶନିବାର ଦିଲ୍ଲୀ ସ୍ଥିତ ବାସଭବନରେ ୮୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି ।
ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗତ ୨୦୧୯ ମସିହାରେ କେନ୍ଦ୍ର ସରକାର ତାଙ୍କ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଥିଲେ । କିନ୍ତୁ ତାହାକୁ ପ୍ରତ୍ୟାଖ୍ୟାନ କରି ସେ ଚର୍ଚ୍ଚାକୁ ଆସିଥିଲେ । ଗୀତାଙ୍କର ସ୍ବାମୀ ସୋନୀ ମେହେଟ୍ଟାଙ୍କର ଗତ ୨୦୧୯ରେ ପରଲୋକ ହୋଇଥିଲା । ୧୯୪୩ରେ ଜନ୍ମିତ ଗୀତା ନିଜର ୪୦ ବର୍ଷର ସାହିତ୍ୟ ଜୀବନରେ ଅନେକ ଉଲ୍ଲେଖନୀୟ ପୁସ୍ତକ ରଚନା କରିଥିଲେ ।
[ad_2]




