ଦେଶ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ – Ibnodisha

[ad_1]

ନୂଆଦିଲ୍ଲୀ: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ କନ୍ୟା, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଥିବା ଦୁଃଖଦ ଖବର ହସ୍ତଗତ ହୋଇଛି । ଶନିବାର ଦିଲ୍ଲୀ ସ୍ଥିତ ବାସଭବନରେ ୮୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି ।

ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ  ଗତ ୨୦୧୯ ମସିହାରେ କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଥିଲେ । କିନ୍ତୁ ତାହାକୁ ପ୍ରତ୍ୟାଖ୍ୟାନ କରି ସେ ଚର୍ଚ୍ଚାକୁ ଆସିଥିଲେ ।

୧୯୪୩ରେ ଜନ୍ମିତ ଗୀତା ନିଜର ୪୦ ବର୍ଷର ସାହିତ୍ୟ ଜୀବନରେ ଅନେକ ଉଲ୍ଲେଖନୀୟ ପୁସ୍ତକ ରଚନା କରିଥିଲେ । ତାଙ୍କର ଶିକ୍ଷା ଦିଲ୍ଲୀ ଓ ବ୍ରିଟେନର କେମ୍ରିଜରେ ହୋଇଥିଲା । ସେ ଆଲଫ୍ରେଡ୍ ଏ. ନୋଫ୍ ପବ୍ଲିସିଂ ହାଉସର ପୂର୍ବତନ ମୁଖ୍ୟ ସୋନି ମେହେଟ୍ଟାଙ୍କୁ ୧୯୬୫ ରେ ବିବାହ କରିଥିଲେ । ସେମାନଙ୍କର ଆଦିତ୍ୟ ସିଂ ମେହେଟ୍ଟା ନାମକ ଏକ ପୁତ୍ର ସନ୍ତାନ ଅଛନ୍ତି । ସୋନୀ ମେହେଟ୍ଟାଙ୍କର ଗତ ୨୦୧୯ରେ ପରଲୋକ ହୋଇଥିଲା ।  ସେ ୫ଟି ପୁସ୍ତକ ରଚନା କରିଥିଲେ । ତାଙ୍କ ପୁସ୍ତକ ୨୧ଟି ଭାଷାରେ ଅନୁବାଦିତ ହୋଇଛି ଏବଂ ୟୁରୋପ, ଆମେରିକା ଏବଂ ଭାରତରେ ବେଷ୍ଟସେଲର ତାଲିକାରେ ସ୍ଥାନ ପାଇଛି ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button