ରାଜ୍ୟ

ସୁନ୍ଦରଗଡ଼ରେ ବଢୁଛି ସ୍କ୍ରବ୍ ଟାଇଫସ: ପୁଣି ୧୧ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୮୦ରେ ପହଞ୍ଚିଲା – Ibnodisha

[ad_1]

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ବଢ଼ୁଛି ସ୍କ୍ରବ ଟାଇଫ୍‌ସ। ଆଜି ପୁଣି ୧୧ ଚିହ୍ନଟ ହୋଇଛି। ଏହା ସହ ସଂଖ୍ୟା ୧୮୦ରେ ପହଞ୍ଚିଛି। ୫୪ଟି ନମୁନା ମଧ୍ଯରୁ ୧୧ ସ୍କ୍ରବ ଟାଇଫସ୍ ଚିହ୍ନଟ ହେବା ସ୍ବାସ୍ଥ୍ୟ ବିଭାଗକୁ ଚିନ୍ତାରେ ପକାଇଛି। ୧୪ ତାରିଖରେ ଜିଲ୍ଲାରେ ରାଜ୍ୟର ସର୍ବାଧିକ ୩୦ ଜଣ ଚିହ୍ନଟ ହୋଇଥିବାବେଳେ ୧୫ ତାରିଖରେ ୭ ଚିହ୍ନଟ ହୋଇଥିଲେ। ଗତ ଜାନୁଆରିରେ ମାତ୍ର ୪ଜଣ ଚିହ୍ନଟ ହୋଇଥିଲେ। ଏହା ମଧ୍ୟରେ ଅଗଷ୍ଟ ୨୩ରେ ବଡ଼ଗାଁ ତୁଡ଼ାଲଗାର ସହଦେବ ତେଲି ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ତାଙ୍କ ଦେହରେ ସ୍କ୍ରବ ଟାଇଫସ୍‌ ଚିହ୍ନଟ ହୋଇଥିଲା, ‌ତେବେ ଅନ୍ୟ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ ବୋଲି କହିଛନ୍ତି ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. କାହ୍ନୁଚରଣ ନାୟକ।

ଅନ୍ୟ ଆକ୍ରାନ୍ତଙ୍କୁ ଠିକ୍‌ ସମୟରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯାଇଥିବା ଓ ସମସ୍ତେ ସୁସ୍ଥ ଥିବା ସେ କହିଛନ୍ତି। ଅନ୍ୟପଟେ ଆଶା, ଅଙ୍ଗନବାଡ଼ିକର୍ମୀଙ୍କ ଜରିଆରେ ଲୋକଙ୍କୁ ସଚେତନ କରାଯିବା ସହ ରୋଗ ଚିହ୍ନଟ ପାଇଁ ବ୍ୟାପକ ପରୀକ୍ଷା କରାଯାଉଥିବା, କୌଣସି ବ୍ୟକ୍ତିଙ୍କଠାରେ ଏହି ରୋଗର ଲକ୍ଷଣ ଦେଖାଗଲେ, ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବାକୁ କୁହାଯାଉଥିବା, ଆବଶ୍ୟକ ପଡ଼ିଲେ, ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଉଥିବା ଡାକ୍ତରଖାନା ସୂତ୍ରରୁ ପ୍ରକାଶ।

ସାଧାରଣତଃ ଜୁଲାଇରୁ ନଭେମ୍ବର ମାସରେ ସ୍କ୍ରବ୍ ଟାଇଫ୍‌ସ ସଂକ୍ରମଣ ଦେଖିବାକୁ ମିଳିଥାଏ। ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ବାରା ଲୋକଙ୍କ ଶରୀରରେ ସଂକ୍ରମଣ ଆରମ୍ଭ ହୋଇଥାଏ। ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସର୍ବସାଧାରଣ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଛି । ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକେ ଏହି କୀଟ ଦଂଶନର ଶିକାର ହେଉଛନ୍ତି। ଏଥିରେ ଆକ୍ରାନ୍ତ ବ୍ୟକ୍ତିଙ୍କ ଶରୀରରେ ତୀବ୍ର ଜ୍ବର ସାଙ୍ଗକୁ ମୁଣ୍ଡ ବୁଲାଇବା, ମାଂସପେଶୀ ଦରଜ ହୋଇଥାଏ। କୀଟ କାମୁଡ଼ିଥିବା ସ୍ଥାନର ଚର୍ମ କୁଣ୍ଡେଇ ହେବା ସହ କିଛି ସମୟ ପ‌ରେ କଳା ପଡ଼ିଯାଏ। ପରେ ପରେ ରୋଗୀ ଜ୍ବରରେ ପଡ଼େ। ଲକ୍ଷଣ ପ୍ରକାଶ ପାଇବା କ୍ଷଣି ଠିକ ସମୟରେ ପରୀକ୍ଷା କରି ଚିକିତ୍ସା କରାଗଲେ ରୋଗୀଙ୍କ ଜୀବନ ବିପଦମୁକ୍ତ ହୋଇଥାଏ ବୋଲି କହିଛନ୍ତି ଡାକ୍ତର।



[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button