ଦେଶ
ଏନକାଉଣ୍ଟରରେ ମୋଷ୍ଟ ୱାଣ୍ଟେଡ୍ ଗ୍ୟାଙ୍ଗଷ୍ଟାର ବିକାଶ ଦୁବେ ନିହତ

IBN ଓଡିଶା(ବ୍ୟୁରୋ)-କାନପୁର ରେ ପୁଲିସ ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଗ୍ୟାଙ୍ଗ୍ଷ୍ଟର୍ ବିକାଶ ଦୁବେ ନିହତ ହୋଇଥିବା ଖବର ମିଳିଛି । ମଧ୍ୟପ୍ରଦେଶରୁ ଗିରଫ ହୋଇଥିବା ବିକାଶଙ୍କୁ କାନପୁର ଅଣାଯାଉଥିବା ବେଳେ ବିକାଶ ଖସି ଯିବାକୁ ଚେଷ୍ଟା କରୁଥିବା ବେଳେ ପୁଲିସ ଏନକାଉଣ୍ଟର କରିଥିଲା । ମିଳିଥିବା ସୂଚନା ଅନୁସାରେ, କାନପୁର ଅଣାଯିବା ସମୟରେ ଏସଟିଏଫ ଟିମ ସହ ବିକାଶ ଦୁବେ ବସିଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପରେ ସେ ଖସିପଳାଇବାକୁ ଉଦ୍ୟମ କରିଥିବା ବେଳେ ପୁଲିସର ଏନକାଉଣ୍ଟରରେ ପ୍ରାଣ ହରାଇଥିବା ସୂଚନା ମିଳିଛି।




