ରାଜ୍ୟ

୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା – Ibnodisha

[ad_1]

ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏସବୁର ପ୍ରଭାବରେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୪ ଦିନ ମଧ୍ୟରେ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ଆସନ୍ତା ୨ ଦିନ ମଧ୍ୟରେ ବଜ୍ରପାତ ସହ ଝଡ଼ବର୍ଷା ହୋଇପାରେ । ଏହାବ୍ୟତୀତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ମଙ୍ଗଳବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ୧୦ଜିଲ୍ଲାରେ ମଧ୍ୟମରୁ ପ୍ରବଳ ଧରଣର ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି ।

କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ମିମି) ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପକ୍ଷରେ କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସୋମବାର ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଥିବା ବେଳେ ସେଥିରୁ ଛତ୍ରପୁରରେ ସର୍ବାଧିକ ୩୨.୬ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ସମ୍ବଲପୁରରେ ୨୭.୮ମିମି, ବାଲେଶ୍ୱରରେ ୨୧.୨ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡିଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button