ରାଜ୍ୟ

ଆଉ ୭ ଜଣ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ ପରେ ୨୦୦ ଛୁଇଁଲା ସଂଖ୍ୟା – Ibnodisha

[ad_1]

ସୁନ୍ଦରଗଡ଼: ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୭ ଜଣ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏହା ଫଳରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ପହଞ୍ଚିଛି। ଜଣେ ସ୍ବାସ୍ଥ୍ୟ ଅଧିକାରୀ ବୁଧବାର ଏହି ସୂଚନା ଦେଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ନମୁନା ପରୀକ୍ଷା କରାଯାଇଛି, ସେଥିମଧ୍ୟରୁ ସାତ ଜଣଙ୍କର ରିପୋର୍ଟ ପଜିଟିଭ୍ ଆସିଛି, ଏନେଇ ସୁନ୍ଦରଗଡ଼ ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ (ସିଡିଏମଓ) କାହ୍ନୁ ଚରଣ ନାୟକ ସୂଚନା ଦେଇଛନ୍ତି।

ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ସଂଖ୍ୟା ୨୦୦କୁ ବୃଦ୍ଧି ପାଇଛି ବୋଲି ସିଡିଏମଓ କହିଛନ୍ତି।
ସେପଟେ ଜିଲ୍ଲା ପ୍ରଶାସନ ତତ୍ପରତା ପ୍ରକାଶ କରିବା ସହ ଗ୍ରାମପଞ୍ଚାୟତ ସ୍ତରରେ ଲୋକଙ୍କୁ ସଚେତନ କରିବା ପାଇଁ ଯଥୋଚିତ ପଦକ୍ଷେପ ନେଇଛି। ଜିଲ୍ଲାପାଳ ପୂର୍ବରୁ ବ୍ଲକ୍ ଉନ୍ନୟନ ଅଧିକାରୀ, ତହସିଲଦାର ଓ ଡାକ୍ତରଙ୍କ ସହ ଭର୍ଚୁଆଲ ବୈଠକ କରିଥିଲେ।

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାରେ ଆକ୍ରାନ୍ତଙ୍କ ସଙ୍ଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ଡାକ୍ତରୀ ଦଳ ପଠାଯାଇଛି।ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଲୋକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗର ତଦନ୍ତ ପାଇଁ ଜଣେ ଯୁଗ୍ମ ନିର୍ଦ୍ଦେଶକ ଓ ଜଣେ ମହାମାରୀ ବିଶେଷଜ୍ଞଙ୍କୁ ମଧ୍ୟ ଉଭୟ ସୁନ୍ଦରଗଡ ଓ ବରଗଡ ଜିଲ୍ଲାକୁ ପଠାଯାଇଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button