ରାଜ୍ୟ

ବାଚସ୍ପତି ପଦ ପାଇଁ ଆଜି ନାମାଙ୍କନ ଭରିବେ ପ୍ରମିଳା ମଲ୍ଲିକ – Ibnodisha

[ad_1]

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ପାଇଁ ଆଜି ନାମାଙ୍କନ ଭରିବେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ । ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଗତକାଲି ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା। ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ହେବ। ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ।

ବିଜେଡିର ପଞ୍ଚମ ପାଳି ସରକାରରେ ରାଜସ୍ୱ ମନ୍ତ୍ରୀ ଥିବା ପ୍ରମିଳା ମଲ୍ଲିକ ୬ ଥର ବିଧାୟିକା ହୋଇଛନ୍ତି। ସେହିଭଳି ବିଜେଡି ସରକାରରେ ଏକାଧିକ ଥର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଛନ୍ତି ଦଳର ଅଭିଜ୍ଞ ଓ ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ। ପ୍ରମିଳା ବାଚସ୍ପତି ହେଲେ ସେ ହେବେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button