Gold Silver Price: ସୁନାପ୍ରେମୀଙ୍କ ପାଇଁ ଖୁସି ଖବର, କାଲି ଅପେକ୍ଷା ଆଜି ୨ ହଜାର ଟଙ୍କା କମିଲା ସୁନା ଦାମ୍

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୬,୭୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୩,୭୦୦ ଟଙ୍କା ଛୁଇଁଛି ।
ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୬,୭୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୪୩,୭୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୬,୭୭୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୩,୭୦୦ ଟଙ୍କା ରହିଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୫୮,୩୯୦ ଟଙ୍କା ଓ ୨୨ କ୍ୟାରଟେ ୧,୪୫,୨୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୬,୭୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୩,୭୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୬,୭୭୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୪୩,୭୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୫,୦୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷପେ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।



