ରାଜ୍ୟ

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି – Ibnodisha

[ad_1]

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପ୍ରକ୍ରିୟା ଦେଶରୁ ୮ ଦିନ ବିଳମ୍ବରେ ଆରମ୍ଭ ହୋଇଛି। ସ୍ୱାଭାବିକ ତାରିଖ ୧୭ ସେପ୍ଟେମ୍ବର ବଦଳରେ ଗତକାଲି (ସୋମବାର) ଠାରୁ ଦକ୍ଷିଣ ରାଜସ୍ଥାନରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କାରଣରୁ ଓଡ଼ିଶାରୁ ମଧ୍ୟ ବିଳମ୍ବରେ ମୌସୁମୀ ଫେରିପାରେ ବୋଲି ଅନୁମାନ କରାଯାଉଛି। ତେବେ, ରାଜ୍ୟ ଉପରେ ମୌସୁମୀର ପ୍ରଭାବ ଦୁର୍ବଳ ଅବସ୍ଥାରେ ରହିଥିବା ବେଳେ ଅନ୍ୟପଟେ ବାୟୁମଣ୍ଡଳର ୧.୫ କିମି ଉଚ୍ଚତାରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି

ତେବେ, ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ମଙ୍ଗଳବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା (ଅର୍ଥାତ୍‌ ୨୭ ସେପ୍ଟେମ୍ବର, ବୁଧବାର) ଅପରାହ୍ନ ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ଏପରିସ୍ଥିତିରେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ଲୋକମାନଙ୍କୁ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ

ଏହି ସମୟ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଜପତି, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ବୌଦ୍ଧ, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଚ୍ଛନ୍ନ ରହିଛି। ତେବେ, ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ହାଲୁକା ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button