IBN ଓଡ଼ିଶା ବ୍ୟୁରୋ
ବିଜୟ ମହାନ୍ତିଙ୍କ ବିୟୋଗରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା: ଧର୍ମେନ୍ଦ୍ର ପ୍ରଧାନ

IBN ଓଡିଶା(ବ୍ୟୁରୋ):-ଭୁବନେଶ୍ୱର: ଜୀବନ ଯୁଦ୍ଧରେ ହାରିଗଲେ ବିଜୟ । ପରଲୋକରେ ବର୍ଷୀୟାନ ଅଭିନେତା ବିଜୟ ମହାନ୍ତି । ଆଜି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ବିଜୟ । ତେବେ ବିଜୟ ମହାନ୍ତିଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ।
ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟରରେ ପ୍ରକାଶ କରିଛନ୍ତି ଯେ, ‘ଖ୍ୟାତିସମ୍ପନ୍ନ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ମୁଁ ଗଭୀର ଭାବରେ ମର୍ମାହତ । ତାଙ୍କ ମୃତ୍ୟୁରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା । ପିଢି ପରେ ପିଢି ତାଙ୍କର ପ୍ରଶଂସକଙ୍କୁ ସେ କଳାର ଯାଦୁରେ ବାନ୍ଧି ରଖି ପାରିଥିଲେ ।’
ଏହାସହ ଧର୍ମେନ୍ଦ୍ର ପ୍ରଧାନ ଆହୁରି ମଧ୍ୟ ଲେଖିଛନ୍ତି , ‘ଅମର ଆତ୍ମାର ସଦଗତି କାମନା କରୁଛି ଓ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଉଛି । ଏହି କଷ୍ଟକର ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ୟ୍ୟ ଓ ସାହାସ ପ୍ରଦାନ କରନ୍ତୁ ।