ରାଜ୍ୟ

ଆସନ୍ତା ୨ ଦିନ ପାଗ ଶୁଖିଲା, ୨୯ରୁ ବର୍ଷା – Ibnodisha

[ad_1]

ଭୁବନେଶ୍ବର: ଗତକାଲିଠାରୁ ଦକ୍ଷିଣ-ପଶ୍ଚିମ ରାଜସ୍ଥାନର କିଛି ଅଞ୍ଚଳରୁ ମୌସୁମୀ ବାୟୁର ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏଥିସହ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ଭାରତର କିଛି କିଛି ଅଞ୍ଚଳରୁ ଆସନ୍ତା ୨ରୁ ୩ ଦିନ ଭିତରେ ମୌସୁମୀ ଫେରିଯିବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଅନ୍ୟପଟେ ଆସନ୍ତା ୨୯ ତାରିଖ ଆଡ଼କୁ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଓ ଅଧିକରୁ ଅଧିକ ଘନୀଭୂତ ହେବାର ସମ୍ଭାବନା ରହୁଛି। ତେବେ ଏହା ଅବପାତରେ ସୀମିତ ରହିବ କି ଅଧିକରୁ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେଇ ସେ ନେଇ ଏଯାଏ କୌଣସି ସ୍ପଷ୍ଟତା ଆସିପାରିନାହିଁ। ତେବେ ଲଘୁଚାପ ସୃଷ୍ଟି ପରେ ହିଁ ଏନେଇ କିଛି ସ୍ପଷ୍ଟତା ଆସିବ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମ‌ାନ କରିଛନ୍ତି। ସେହିପରି ଆସନ୍ତା ୨ ଦିନ ରାଜ୍ୟରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବ। ୨୯ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯିବ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହୁଛି।



[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button