ରାଜ୍ୟ

୨୯ରୁ ଉପକୂଳ ଓ ଦକ୍ଷିଣରେ ବଢ଼ିବ ବର୍ଷା – Ibnodisha

[ad_1]

ଭୁବନେଶ୍ବର: ରାଜ୍ୟରେ ଏବେ କାଁ ଭାଁ ବର୍ଷା ହେଉଥିବାବେଳେ ଆସନ୍ତା ୨୯ ତାରିଖରୁ ଉପକୂଳ ଓ ଦକ୍ଷିଣରେ ବର୍ଷା ପରିମାଣ ବଢ଼ିବ। ବିଶେଷ କରି ୨ ତାରିଖରୁ ଅଧିକ ବର୍ଷା ହେବ। ଅନ୍ୟପକ୍ଷରେ ରାଜ୍ୟର କେତୋଟି ସ୍ଥାନରେ ଆସନ୍ତା ଦୁଇଦିନ ଯାଏଁ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ।

ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ ଆସନ୍ତା ଦୁଇ ଦିନ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ କେତେକ ସ୍ଥାନରେ ବର୍ଷା ହେବ। ୨୭ରୁ ୨୮ ତାରିଖ ଯାଏଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ଗଜପତି ଜିଲାରେ ଏବଂ ୨୮ରୁ ୨୯ ତାରିଖ ଯାଏଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ବର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିବ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button