ରାଜ୍ୟ

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି – Ibnodisha

[ad_1]

ଭୁବନେଶ୍ୱର: ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପ୍ରକ୍ରିୟା ତ୍ୱରାନ୍ଵିତ ହେଉଛି। ତେବେ, ଓଡ଼ିଶା ଉପରୁ ମୌସୁମୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇ ନଥିଲେ ସୁଦ୍ଧା ରାଜ୍ୟ ଉପରେ ମୌସୁମୀର ପ୍ରଭାବ ଦୁର୍ବଳ ଅବସ୍ଥାରେ ରହିଛି। ଅନ୍ୟପଟେ ବାୟୁମଣ୍ଡଳର ୧.୫ କିମି ଉଚ୍ଚତାରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଅନେକ ସ୍ଥାନରେ କାଳବୈଶାଖୀ ଜନିତ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

୨୮ ସେପ୍ଟେମ୍ବର, ଗୁରୁବାର ଅପରାହ୍ନ ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି

ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ବୁଧବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଆସନ୍ତା ୨୪ ଘଣ୍ଟା (ଅର୍ଥାତ୍‌ ୨୮ ସେପ୍ଟେମ୍ବର, ଗୁରୁବାର) ଅପରାହ୍ନ ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ଏପରିସ୍ଥିତିରେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ଲୋକମାନଙ୍କୁ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ

ଏହି ସମୟ ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନୂଆପଡ଼ା କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଖରାଟିଆ ରହିଛି। ତେବେ, ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକା ଧରଣର କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।



[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button